ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ମିଆଁମାର ଉପକୂଳରେ ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରଟି ସୁଦୃଶ୍ୟ ଲଘୁଚାପରେ ପରିଣତରେ ହେବ। ସୁଦୃଶ୍ୟ ଲଘୁଚାପ ପରିଣତ ହେବାପରେ ଏହା ପ୍ରଭାବ କ’ଣ ରହିବ ଓ ଏହା କେଉଁ ଦିଗ ଦେଇ ଗତି କରିବ ସ୍ପଷ୍ଟ ହେବ। ଲଘୁଚାପ କ୍ଷେତ୍ରର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ଭାରତୀୟ ପାଣିବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ମିଆଁମାର ଓ ତାର ଆଖପାଖ ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..