ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ଓଡ଼ିଶାର କେତେକ ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଅନୁଗୋଳ, ନୟାଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହିତ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୨୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହିତ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ବୌଦ୍ଧକୁ ଛାଡ଼ି ଦେଲେ ବାକି ଜିଲ୍ଲାରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘନଘଡ଼ି ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୮ ତାରିଖରେ ବରଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ବୌଦ୍ଧ, ସୋନପୁର, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ଝାରୁସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହିତ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି।






More Stories
କଂଗ୍ରେସରୁ ନିଳମ୍ବିତ ହେଲେ…..
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର…..
IAS ସ୍ତରରେ ବଡ଼ ଧରଣର ଅଦଳବଦଳ…..