Report Card Odisha

| Daily Odia News

ଓଡ଼ିଶା କୁ ବାତ୍ୟା ଭୟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶା କୁ ପୁଣି ବାତ୍ୟା ଭୟ | ଆସନ୍ତାକାଲି ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ୩ ରୁ ୫ ତାରିଖ ଯାଏଁ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଇଏମଡି ଡିଜିଙ୍କ ଏଭଳି ଆକଳନ ପରେ ସାରା ରାଜ୍ୟରେ ଛନକା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୩୦ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଧୀରେ ଧୀରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଡିସେମ୍ବର ୨ ତାରିଖ ବେଳକୁ ଘନୀଭୂତ ହୋଇ ଅବପାତର ରୂପ ନେବାପରେ ବାତ୍ୟାର ସ୍ଥିତି ସ୍ପଷ୍ଟ ହେବ । ଏହାର ପ୍ରଭାବରେ ୩ ତାରିଖରୁ ଓଡ଼ିଶା ଉପକୂଳରେ ବର୍ଷା ଆରମ୍ଭ ହୋଇପାରେ । ପ୍ରଥମେ ଦକ୍ଷିଣ ଓଡ଼ିଶା ଓ ଏହା ସଂଲଗ୍ନ ଆଭ୍ୟନ୍ତରୀଣ ଜିଲ୍ଲା ଏବଂ ପରେ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ସତର୍କ କରିଛି ପାଣିପାଗ ବିଭାଗ । ତେବେ କେଉଁ ଜିଲ୍ଲାରେ କେତେ ବର୍ଷା ହେବ, ତାହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାପରେ ସ୍ପଷ୍ଟ ହେବ ।

Breaking News