ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଗଭୀର ଅବପାତରେ ପରିଣତ ହେବ ବଙ୍ଗୋପସାଗରରେ ହୋଇଥିବା ଲଘୁଚାପ । ପୂର୍ବରୁ ଅବପାତର ରୂପ ନେଇ ସାରିଥିବା ବେଳେ ଆଜି ଗଭୀର ଅବପାତର ରୂପ ନେଇ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପୁରୀଠାରୁ ୩ଶହ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ବେଳେ ଏହା ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ଘଣ୍ଟାରେ ୧୦କିମି ବେଗରେ ଅବପାତ ବଢୁଛି । ଏହାର ପ୍ରଭାବରେ ଗତକାଲିଠାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି । ୩ତାରିଖ ବେଳକୁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ । ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଆଜି ଦୁଇ ଜିଲ୍ଲା ଜଗତସିଂହପୁର ଓ ପୁରୀକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ପ୍ରବଳ ବର୍ଷା ପାଇଁ ୧୪ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
More Stories
କଟକରେ ଭାଙ୍ଗିଲା ତୋରଣ…..
ହାତୀଙ୍କ ପାଇଁ ଘର ତିଆରିବେ ସରକାର……
ଭିଜିବ ଦଶହରା,୪ ଦିନ ବର୍ଷିବ……