ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ ପ୍ରଥମ ସପ୍ତାହରେ ଲଘୁଚାପ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବର ସମ୍ଭାବନା ରହିଛି । ଉପକୂଳ ଓଡିଶାରେ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଲଘୁଚାପ ଅବପାତର ରୂପ ନେଇ ବାତ୍ୟାରେ ପରିଣତ ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ରହିଛି । ସମୁଦ୍ର କୂଳିଆ ବସତି ସହ ମତ୍ସ୍ୟଜୀବୀମାନଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଏପ୍ରିଲ ୩୦ରୁ ବର୍ଷା ଆରମ୍ଭ ହେବ ବୋଲି ପୂର୍ବାନୁମାନ କରାଯାଉଛି । ବର୍ତ୍ତମାନର ଆକଳନ ହିସାବରେ ଓଡିଶାକୁ ପ୍ରଭାବିତ କରିବ ନାହିଁ ।






More Stories
ବିରୋଧୀଙ୍କ ମୌନ ପ୍ରତିବାଦ……
ବରଗଡ ଧନୁଯାତ୍ରା ପାଇଁ ୧ କୋଟି…..
ମା’ର ହତ୍ୟା ଦେଖିଦେବାରୁ ଭାଣିଜୀକୁ ମାରିଦେଲେ…..