ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସୁଛି ଲଘୁଚାପ। ୧୧ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କିନ୍ତୁ ଏହା କେଉଁ ଦିଗରେ ଗତି କରିବ ଏବଂ ଏହାର ପ୍ରଭାବ କଣ ରହିବ, ତାହା ସ୍ପଷ୍ଟ ହୋଇନି। ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତ୍ତନଠାରୁ ଦେଢ଼ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ୧୧ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪ ଦିନ ଅର୍ଥାତ୍ ୧୨ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ। ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ଆକଳନ କରାଯାଇଛି।






More Stories
ନବୀନ କରିବେ ବଡ଼ ଘୋଷଣା!…..
ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ…..
ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକା…..