ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗରମ ଗୁଳୁଗୁଳିରୁ ମିଳିବ ତ୍ରାହି | କିଛି ଦିନ ପରେ ପୁଣି ରାଜ୍ୟରେ ମୌସୁମୀ ସକ୍ରିୟ ହେବାକୁ ଯାଉଛି। ଆସନ୍ତା ୭ ତାରିଖ ଆଡ଼କୁ ପଶ୍ଚିମ-କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ କିଛି ଦିନ ବର୍ଷା ଲାଗି ରହିବା ସହ ମୌସୁମୀ ମଧ୍ୟ ସକ୍ରିୟ ହୋଇଯିବ। ଏଥିଯୋଗୁଁ ସେପ୍ଟେମ୍ବରରେ ରାଜ୍ୟରେ ବର୍ଷାର ପରିମାଣ ସ୍ବାଭାବିକ ରହିବ ବୋଲି ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସୂଚନା ଦିଆଯାଇଛି। ଆଇଏମ୍ଡି କହିଛି ଯେ ୧୦ ଦିନ ହେଲା ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଲାଗି ରହିଥିଲା। ଦିନରେ ପ୍ରଚଣ୍ଡ ଖରା ହେବା ସହ ଅଧିକ ଆର୍ଦ୍ରତା ଯୋଗୁଁ ଗୁଳୁଗୁଳି ଅନୁଭୂତ ହେଉଥିଲା। କିନ୍ତୁ ୭ ତାରିଖ ପରେ ପୁଣିଥରେ ମୌସୁମୀ ସକ୍ରିୟ ହେବା ସହ ବର୍ଷା ଲାଗି ରହିବ।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ସୌମ୍ୟ ହତ୍ୟା ଘଟଣା ; ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……