ରିପୋର୍ଟ କାର୍ଡ / ଭୁବନେଶ୍ୱର
କିଛିଦିନ ପାଗ ଶୁଖିଲା ପରେ ଆସନ୍ତା ୨୦ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ | ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି। ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ୧୮ତାରିଖ ବେଳକୁ ଉତ୍ତର-ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ପରିଣତ ହେବାର ସମ୍ଭାବନା ରହିଛି | ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହେବ। ଲଘୁଚାପ ଅଧିକ ଘନୀଭୂତ ସୁଯୋଗ ଥିବାରୁ ଏବେ ବାତ୍ୟା ଆଶଙ୍କା ବଢ଼ିଲା। କିନ୍ତୁ ଏ ନେଇ କୌଣସି ସ୍ପଷ୍ଟ ଆକଳନ ହୋଇ ନଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଣେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଶେଷକରି କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏଥିଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
୩୦ ସୁଦ୍ଧା ଚୂଡ଼ାନ୍ତ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା…..
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା…..
ଆଜି ରାଜ୍ୟ କ୍ୟାବିନେଟ ବୈଠକ….