Report Card Odisha

| Daily Odia News

୨୧ ଯାଏଁ ପ୍ରବଳ ବର୍ଷିବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇସାରିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନାନୁଯାୟୀ, ଉତ୍ତର ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ସବୁ ଜିଲ୍ଲାରେ ବର୍ଷା ହେଉଥିବା ବେଳେ ଆଜି କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାଜାରିରହିଛି | ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୂଆପଡ଼ା, ବରଗଡ଼, କଳାହାଣ୍ଡି, କଟକ ଓ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ବର୍ଷାକୁ ଦୃଷ୍ଟିରେ ରଖି ୧୦ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୧୪ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି |

Breaking News