ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ପାଖାପାଖି ସମୁଦ୍ରପତ୍ତନଠାରୁ ୫.୮ କି.ମି. ପର୍ଯ୍ୟନ୍ତ ବିସ୍ତାରିତ ହୋଇରହିଛି। ଏହାର ପ୍ରଭାବରେ ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଏବଂ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପଟି ଦୁର୍ବଳ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି କହିଛନ୍ତି। ଶନିବାର ସାରା ରାଜ୍ୟରେ ବର୍ଷା ହେବାକୁ ଥିବାବେଳେ ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ରବିବାର ବେଳକୁ ବର୍ଷା କମିବ ଏବଂ କେବଳ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……