ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଅବପାତରେ ପରିଣତ ହୋଇଥିବା ସୂଚନା ମିଳିଛି । ଅବପାତ ଉତ୍ତର ଆଡକୁ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି । ପାରାଦ୍ୱୀପ ଠାରୁ ୧୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବାରୁ ଏହାର ପ୍ରଭାବରେ ରାଜ୍ୟରେ ପାଗ କୋହଲା ରହିଥିବା ବେଳେ କିଛି ଜିଲାରେ ବର୍ଷା ହୋଇଛି । ସେପଟେ ଆଜି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ ଅଧିକାଂଶ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା । ଏହି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….