ରିପୋର୍ଟ କାର୍ଡ / ଭୁବନେଶ୍ବର
ଲଘୁଚାପ ଜନିତ ବର୍ଷାରେ ଓଡ଼ିଶାରେ ବନ୍ୟା ସ୍ଥିତି ରହିଛି | ଏହା ଭିତରେ ପୁଣି ଗୋଟିଏ ଲଗୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆଗାମୀ ୬ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ। ଆଜି ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ। ସେହିପରି ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..