ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଲାକ୍କା ସମୁଦ୍ର ସନ୍ଧି ପ୍ରଣାଳୀ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନରୁ ୯.୪କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଅଞ୍ଚଳରେ ପହଞ୍ଚିବ। ଆସନ୍ତା ୧୩ତାରିଖ ବେଳକୁ ଏହାର ପ୍ରଭାବରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ତେବେ ଏହି ଲଘୁଚାପ ବିଶେଷ ଘନୀଭୂତ ହେବାର ସମ୍ଭାବନା କମ୍ ରହିଛି। ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ବର୍ଷା ହୋଇପାରେ। ଅନ୍ୟପଟେ ଏହାର ତୀବ୍ରତା, ଗତିପଥ ଓ ସମ୍ଭାବ୍ୟ ପ୍ରଭାବ ସମ୍ପର୍କରେ ପାଣିପାଗ ବିଭାଗ ପକ୍ଷରୁ ଚିତ୍ର ସ୍ପଷ୍ଟ ହୋଇନାହିଁ। ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ୧୬ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିପାରେ। ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁ କହିଛନ୍ତି, ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନଟ ଲଘୁଚାପ ପର୍ଯ୍ୟନ୍ତ ଯାଇପାରେ। ଏହାଠାରୁ ବିଶେଷ ଘନୀଭୂତ ହେବାର ସମ୍ଭାବନା କମ। ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ।






More Stories
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..