ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। କାଳବୈଶାଖୀ ପ୍ରଭାବରେ କେତେକ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେଉଥିବାରୁ ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ତଳେ ରହିଛି। ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ୩୫.୬ ଡିଗ୍ରୀ ଥିବାବେଳେ ଭୁବନେଶ୍ବରରେ ୩୩.୨ ଏବଂ କଟକରେ ୩୧.୬ ଡିଗ୍ରୀ ରହିଛି। ଅନ୍ୟାନ୍ୟ ସ୍ଥାନ ଗୁଡ଼ିକରେ ଦିନ ତାପମାତ୍ରା ୩୫ ଡିଗ୍ରୀ ତଳେ ଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ବୁଲେଟିନ୍ରୁ ସୂଚନା ମିଳିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଉକ୍ତ ଦୁଇଟି ଜିଲ୍ଲାର କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ଏଥିସହିତ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହୋଇପାରେ। ଆସନ୍ତା ୨ଦିନ ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ କମିବ। ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି।






More Stories
ବଡ଼ଦାଣ୍ଡରେ ମଦ ଦୋକାନ ମନା…..
କଂଗ୍ରେସ ଛାଡ଼ି ପାରନ୍ତି ସୋଫିଆ ଫିର୍ଦୋସ…..
୯୫ ଆସନରେ ଲଢ଼ିବ କଂଗ୍ରେସ…..