ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର
ପୁଣି ଘୁଞ୍ଚିଲା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି । ମାର୍ଚ୍ଚ ୧୨ତାରିଖରେ ହେବ ମାମଲାର ପରବର୍ତ୍ତୀ ଶୁଣାଣି । ତେବେ ଟ୍ରିବୁନାଲଙ୍କ ପୂର୍ବ ନିର୍ଦ୍ଦେଶ ମୁତାବକ ଦୁଇ ରାଜ୍ୟ ତାଙ୍କର ସବିଶେଷ ତଥ୍ୟ ଦାଖଲ କରିଛନ୍ତି I ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୧୨ରେ ହେବ I ଟ୍ରିବୁନାଲ ସେଣ୍ଟ୍ରାଲ ୱାଟର ଏଜେନସିଙ୍କୁ ଏକ ମାସ ଭିତରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି I ମୋଟ ୯ଟି ସେଣ୍ଟ୍ରାଲ ୱାଟର ଏଜେନ୍ସି ମଧ୍ୟରୁ ୫ଟି ରିପୋର୍ଟ ଦାଖଲ କରି ସାରିଛନ୍ତି I ବାକି ଏଜେନ୍ସିଙ୍କୁ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଟ୍ରିବ୍ୟୁନାଲ । ଅପରପକ୍ଷେ, ୨୦୧୮ ମାର୍ଚ୍ଚ ୧୨ରୁ ଗଠିତ ଟ୍ରିବ୍ୟୁନାଲର ପ୍ରଥମ ୩ ବର୍ଷର ଅବଧି ଚଳିତ ବର୍ଷ ମାର୍ଚ୍ଚ ୧୧ରେ ଶେଷ ହୋଇଯାଇଥିବାରୁ ନିକଟରେ କେନ୍ଦ୍ର ସରକାର ଟ୍ରିବ୍ୟୁନାଲର ଅବଧିକୁ ଆଉ ଦୁଇବର୍ଷ ବଢାଇ ଦେଇଛନ୍ତି ।






More Stories
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……
ମଣ୍ଡି ଦାୟିତ୍ଵରେ ରହିବେ ମନ୍ତ୍ରୀ…..
ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ,କଲମ ମନା…..