ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି | ୨୪ ଘଣ୍ଟା ମଧ୍ୟରେ ୭୨,୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି | ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଲୋକେ କେତେକ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରୁ ନ ଥିବାରୁ ସ୍ଥିତି ଧୀରେଧୀରେ ଅସମ୍ଭାଳ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ନାସିକ୍ ପ୍ରଶାସନ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ବଜାର ଯାଉଥିବା ଲୋକଙ୍କୁ ୫ ଟଙ୍କାର ପ୍ରବେଶ ଶୁଳ୍କ ଦେବାକୁ ପଡୁଛି। ଯଦି ସମ୍ପୃକ୍ତ ବ୍ୟକ୍ତି ୧ ଘଣ୍ଟାରୁ ଅଧିକ ସମୟ ବଜାରରେ ରହୁଛନ୍ତି ତେବେ ତାଙ୍କୁ ୫୦୦ ଟଙ୍କା ଜରିମାନା ଦେବାକୁ ପଡୁଛି। ଏହାଦ୍ୱାରା ଅମାନିଆଙ୍କ ଉପରେ ଅଙ୍କୁଶ ଲଗାଯାଇ ପାରିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..