Report Card Odisha

| Daily Odia News

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ଭୋଟ ଗ୍ରହଣ ଜାରି….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ଭୋଟ ଗ୍ରହଣ ହେଉଛି । ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ହେବ ଭୋଟିଂ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିବ। ମହାରାଷ୍ଟ୍ରରେ ମୋଟ ୧ ଲକ୍ଷ ୧୮୬ଟି ବୁଥରେ ମତସାବ୍ୟସ୍ତ କରିବେ ଭୋଟର।ମୋଟ୍ ୪ ହଜାର ୧୩୬ ପ୍ରାର୍ଥୀ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଲଢ଼ୁଛନ୍ତି। ସେହିପରି ଝାଡ଼ଖଣ୍ଡରେ ଆଜି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ। ୮୧ ଆସନ ମଧ୍ୟରୁ ବାକି ୩୮ ଆସନ ପାଇଁ ଭୋଟ ଗ୍ରହଣ ହେବ। ଝାଡ଼ଖଣ୍ଡରେ ମତଦାନ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇ ୫ଟା ପର୍ଯ୍ୟନ୍ତ ଚାଲିବ। ୪୧ଟି ବୁଥରେ ମତ ଗ୍ରହଣ କେବଳ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ରଖାଯାଇଛି। ଏଥର ମୋଟ ୨୯ ହଜାର ୫୬୨ଟି ପୋଲିଂ ବୁଥ କରାଯାଇଛି। ଗତ ନଭେମ୍ବର ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୪୩ଟି ବିଧାନସଭା ସିଟ୍ ପାଇଁ ଭୋଟଗ୍ରହଣ ହୋଇଥିଲା। ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୫୨୮ ଜଣ ପ୍ରାର୍ଥୀ ଅଛନ୍ତି। ୨୩ ତାରିଖ (ଶନିବାର) ଭୋଟ୍ ଗଣତି ହେବ |

Breaking News