ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ନଭେମ୍ବର ୨୦ ରେ ଭୋଟ ଗ୍ରହଣ | ଏଥିପାଇଁ ୨୨ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲ ପ୍ରକ୍ରିୟା ଅକ୍ଟୋବର ୨୯ ଯାଏ ଚାଲିବ। ଝାରଖଣ୍ଡରେ ୮୧ ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ନଭେମ୍ବର ୧୩ ରେ ପ୍ରଥମ ପର୍ଯ୍ୟାୟ ଓ ନଭେମ୍ବର ୨୦ରେ ଦ୍ଵିତୀୟ ପର୍ଯ୍ୟାୟ ନିର୍ଵାଚ ହେବ | ପ୍ରଥମ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ୨୫ ତାରିଖ ରହିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୯ ରହିଛି। ନଭେମ୍ବର ୨୩ ରେ ଭୋଟ ଗଣତି ହୋଇ ଉଭୟ ମହାରାଷ୍ଟ୍ର ଓ ଝାରଖଣ୍ଡର ଫଳାଫଳ ପ୍ରକାଶ ପାଇବ | ଏନେଇ ଆଜି ଭାରତୀୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି | ଆଜି ନିର୍ବାଚନ ତାରିଖ ଘୋଷଣା କରିବା କ୍ଷଣି ମହାରାଷ୍ଟ୍ର ଓ ଝାରଖଣ୍ଡରେ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି। ମହାରାଷ୍ଟ୍ରରେ ନଭେମ୍ବର ୨୬ ଓ ଝାଡ଼ଖଣ୍ଡରେ ଜାନୁଆରୀ ୫ରେ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବ।






More Stories
ଜୀବନ ନେଉଛି SIR…..
ଆସନ୍ତାକାଲି ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ଖଡଗେ-ନଡ୍ଡା ମୁହାଁମୁହିଁ…..