ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗୁଜରାଟର ଅହମ୍ମଦାବାଦରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୧୦ ଜଣ ରୁ ଅଧିକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି | ଅହମ୍ମଦାବାଦ ବିମାନବନ୍ଦରରୁ ଉଡ଼ାଣ ଭରିବାର ମାତ୍ର କିଛି ସମୟ ପରେ ମୋଘାନୀ ନଗରରେ ଜନବସତି ଅଞ୍ଚଳରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇ ସେଥିରେ ନିଆଁ ଲାଗିଯାଇଛି। ବିମାନରେ କ୍ରୁ ସଦସ୍ୟଙ୍କ ସମେତ ମୋଟ୍ ୨୪୨ ଯାତ୍ରୀ ଥିବା ସୂଚନା ମିଳିଛି। ଦୁର୍ଘଟଣା ପରେ ଅଞ୍ଚଳରେ ଆକାଶ କଳା ଧୂଆଁମୟ ହୋଇଯାଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଅହମ୍ମଦାବାଦରୁ ଲଣ୍ଡନ ଯିବାକୁ ଉଡ଼ାଣ ଭରିଥିଲା ବିମାନ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ସମସ୍ତ ସଡ଼କ ପଥ ସିଲ୍ କରାଯାଇଛି। ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମଧ୍ୟ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିବା ସୂଚନା ମିଳିଛି। ତାଙ୍କ ଅବସ୍ଥା ନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ ।
ଦୁର୍ଘଟଣା ପରେ ଗୁଜରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ। ପୋଲିସ କମିଶନରଙ୍କ ସହ ମଧ୍ୟ କଥା ହୋଇଛନ୍ତି। ଯୁଦ୍ଧକାଳୀନ ଉଦ୍ଧାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣାସ୍ଥଳ ସ୍ଥଳକୁ ଯାଇଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ । ପ୍ରାୟ ୯୦ ଜଣିଆ ଟିମ୍ ଏନଡିଆରଏଫ ଟିମ୍ ଦୁର୍ଘଟଣା ସ୍ଥଳକୁ ଯାଇଛନ୍ତି। ଦୁର୍ଘଟଣାର ମାତ୍ର କିଛି କ୍ଷଣ ପୂର୍ବରୁ ‘ମେଡେ କଲ୍’ କରିଥିଲେ ପାଇଲଟ୍ । ଆସନ୍ନ ବିପଦ ଜାଣିପାରି ପାଇଲଟ୍ କଲ୍ କରିଥିଲେ । ଦୁର୍ଘଟଣାଗ୍ରସ୍ତ ବିମାନରେ ୫୨ ବ୍ରିଟିଶ ପାସେଞ୍ଜର,ପର୍ତ୍ତୃଗାଲ୍ର ୫ ନାଗରିକ,୧୬୯ ଭାରତୀୟ ଥିଲେ। ଅନ୍ୟ କେଉଁ ଦେଶର ଯାତ୍ରୀ ଥିଲେ ତାହା ସ୍ପଷ୍ଟ ହୋଇ ନାହିଁ ।
More Stories
ଆସୁଛି ଲଘୁଚାପ !…..
ଯୋଗ କଲେ ମୁଖ୍ୟମନ୍ତ୍ରୀ…..
ବଢ଼ିଲା ବିଷ୍ଣୁପଦଙ୍କ ଗିରଫ ଆଶଙ୍କା…..