ରିପୋର୍ଟ କାର୍ଡ / ମାଲକାନଗିର
ସୁକୁମା ଜିଲ୍ଲା ଭେଜ୍ଜି ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଯବାନଙ୍କ ଗୁଳିରେ ୨ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ବନ୍ଧୁକ ଓ ମାଓ ସାମଗ୍ରୀ ଜବତ ହୋଇଛି। ସୂଚନା ମୁତାବକ, ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନାର ବଦ୍ରାଦି କୋଠାଗୁଡେମ୍ ଜିଲ୍ଲାରେ ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ତେବେ ସେମାନଙ୍କ ପରିଚୟ ମିଳିନାହିଁ। ପୁଟ୍ଟାପଡୁ ଜଙ୍ଗଲରେ ନକ୍ସଲମାନେ ଡେରା ପକାଇଥିବା ସୂଚନା ପାଇ ସଶସ୍ତ୍ର ପୋଲିସ ଟିମ୍ ଚଢ଼ଉ କରିଥିଲା। ଦୀର୍ଘ ସମୟ ଧରି ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..