ରିପୋର୍ଟ କାର୍ଡ / ମାଲକାନଗିରି
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ମାଲକାନଗିରି। ଜିଲ୍ଲାର ଅନେକ ଅଞ୍ଚଳରେ ବର୍ଷା ପାଣି ଜମି ରହିଛି। ପୋଟେରୁ ପୋଲ ଉପରେ ୩ରୁ୪ଫୁଟ୍ ବନ୍ୟା ପାଣି ଯାଉଛି। ସୁଅ ପ୍ରଖର ଥିବାରୁ ଲୋକେମାନେ ଯିବାଆସିବା କରିବା ସମ୍ଭବପର ହୋଇପାରୁ ନାହିଁ। ଯାହାଫଳରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛିା ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଯାନବାହନ ଅଟକି ରହିଛି। ସେହିପରି କାଲିମେଳାରୁ ମୋଟୁକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। MV-90 ଏବଂ MV-96 ପୋଲ ଉପରେ ବନ୍ୟାପାଣି ପ୍ରବାହିତ ହେଉଛି। ଲୋକେମାନେ ଖାଇବା ଓ ରହିବା ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..