ରିପୋର୍ଟ କାର୍ଡ / ମାଲକାନଗିରି
ଛତିଶଗଡ ସୁକୁମା ଏସପିଙ୍କ ନିକଟରେ ୧୧ ଜଣ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ତେବେ ଏହି ୧୧ ଜଣ ମାଓବାଦୀ ଗତ କିଛି ବର୍ଷ ଧରି ମାଓ ସଙ୍ଗଠନରେ ଥିଲେ। ଏବଂ ବିଭିନ୍ନ ହିଂସାକାଣ୍ଡରେ ମଧ୍ୟ ଏମାନଙ୍କ ସମ୍ପୃକ୍ତି ରହିଥିଲା। ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ସେମାନେ ମାଓ କ୍ୟାମ୍ପ ଛାଡିଥିବା ନିଜ ପ୍ରତିକ୍ରିୟାରେ କହିଛନ୍ତି । ଗତକାଲି ଛତିଶଗଡ଼ରେ ଯବାନଙ୍କ ଗୁଳିରେ ୭ ମାଓବାଦୀ ନିହତ ହୋଇଥିଲେ । ସକାଳୁ ଛତିଶଗଡ଼ ଦାନ୍ତେୱାଡା ଜିଲ୍ଲାର ଦକ୍ଷିଣ ଅବୁଝମାଡ଼ ଜଙ୍ଗଲରେ ପୋଲିସ ଓ ନକ୍ସଲ ମୁହାଁମୁହିଁ ହୋଇଥିଲେ । ଏଥିରେ ସୁରକ୍ଷାବାହିନୀ ଗୁଳିରେ ୭ ଜଣ ନକ୍ସଲ ନିହତ ହୋଇଥିବା ବସ୍ତର ଆଇଜି ପି. ସୁନ୍ଦରରାଜ ସୂଚନା ଦେଇଥିଲେ।






More Stories
ଫେବୃଆରୀ ୧୯ରୁ ମାଟ୍ରିକ୍ ପରୀକ୍ଷା…..
ବିଧାୟକଙ୍କୁ ହତ୍ୟା ଧମକ…..
ଏସ୍ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ଗିରଫ……