Report Card Odisha

| Daily Odia News

ବଡ ବନ୍ୟାର ଆଶଙ୍କା ନାହିଁ, ମାଲକାନଗିରି ଯିବେ ଦୁଇ ଅଧିକାରୀ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ମୁକାବିଲା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି। ସମ୍ଭାବ୍ୟ ବନ୍ୟା ନେଇ ଜିଲାୱାରୀ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ। ସ୍ଥିତି ଉପରେ ନଜର ରଖିବାକୁ ଇଞ୍ଜିନିୟରଙ୍କୁ ନିର୍ଦେଶ ଦିଆଯାଇଥିବା ବେଳେ ସମସ୍ତ ଫିଲ୍ଡ ଅଧିକାରୀଙ୍କୁ ସଜାଗ ରହିବାକୁ କୁହାଯାଇଛି। ବନ୍ୟାର ମୁକାବିଲା କରିବା ପାଇଁ ଓଡ୍ରାଫ ଓ ଏନଡିଆରଏଫ୍‌‌ ଟିମ୍‌‌କୁ ଜାଗ୍ରତ ରଖାଯାଇଛି । ତୁରନ୍ତ ଜଳ ନିଷ୍କାସନ କରିବାକୁ ନିର୍ଦେଶ ରହିଛି। ଏହାସହିତ ଭୁବନେଶ୍ୱରରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ନହେବ ସେଥିପାଇଁ ୩୦ଟି ପମ୍ପ ଲଗାଇବାକୁ କୁହାଯାଇଛି। ଅନ୍ୟପଟେ କଟକ ଓ ପୁରୀରେ ୧୦ଟି ଲେଖାଏଁ ପମ୍ପ ଲଗାଇବାକୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦେଶ ଦେଇଛନ୍ତି । ସେପଟେ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ଯୋଗୁଁ ସ୍ଥିତି ଜଟିଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସହ ମାଲକାନଗିରି ଓ କୋରାପୁଟ ଜିଲା ଅଧିକ ପ୍ରଭାବିତ ହୋଇଛି। ଦୁଇ ଅଧିକାରୀ ସଞ୍ଜୟ ସିଂ ଓ ବିଷ୍ଣୁପଦ ସେଠୀଙ୍କୁ ମାଲକାନଗିରି ଯାଇ ରିପୋର୍ଟ ଦେବାକୁ କୁହାଯାଇଛି। ବର୍ଷାରେ ମାଲକାନଗିରି ଓ କାଲିମେଳା ବ୍ଲକ ଅଧିକ ପ୍ରଭାବିତ ହୋଇଛି।

Breaking News