ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦିଆଯାଇଛି ରିପୋର୍ଟ। ମୁଖ୍ୟମନ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏହି ରିପୋର୍ଟ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇଛନ୍ତି।ଗୁରୁବାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ମାଲକାନଗିରି ଗସ୍ତରେ ଯାଇ ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ଆଲୋଚନା କରିଥିଲେ। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖି କହିଥିଲେ ଦୁଇ ଗୋଷ୍ଠୀ ଦାବିପତ୍ର ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବି। ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଥିଲେ। ଏମ୍ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ବସିଥିଲା। ଜିଲାପାଳ, ଏସ୍ପି, ଡିଆଜି, ଏଡିଜିଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।






More Stories
ଆସୁଛି ଲଘୁଚାପ…..
ସୈାମ୍ୟରଞ୍ଜନ ମୃତ୍ୟୁ ଘଟଣା;ଗିରଫ ସଂଖ୍ୟା ୧୧କୁ ବୃଦ୍ଧି….
ବିଜେପିର ଶପଥ ଗ୍ରହଣ ଉତ୍ସବ:ଦୁର୍ଗା ମୂର୍ତ୍ତିରୁ ମଞ୍ଚ ଉପରେ ଝାଲମୁଢି ପର୍ଯ୍ୟନ୍ତ….