Report Card Odisha

| Daily Odia News

ଅଣ ବିଜେପି ନେତାଙ୍କୁ ଚିଠି ଲେଖିଲେ ମମତା…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଛି। ରାଷ୍ଟ୍ରପତି ନିର୍ବାଚନରେ ବିରୋଧୀଙ୍କୁ ଏକାଠି କରିବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରଣନୀତି ଆରମ୍ଭ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ସେ ଜୁନ ୧୫ ରେ ଦିଲ୍ଲୀର ସମ୍ବିଧାନ କ୍ଲବରେ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତାଙ୍କ ସହ ମିଳିତ ବୈଠକରେ କରିବେ। ଏଥିପାଇଁ ମମତା ୨୨ ଅଣ ବିଜେପି ନେତାଙ୍କୁ ଚିଠି ଲେଖିଥିବା ସୂଚନା ମିଳିଛି । ଏଥିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ, ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଦ୍ୱନ୍ତ ମନ ଅଛନ୍ତି। କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ମଧ୍ୟ ମମତା ବାନାର୍ଜୀ ଚିଠି ଲେଖିଛନ୍ତି।

Breaking News