Report Card Odisha

| Daily Odia News

ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମମତା ବାନାର୍ଜୀ…..

ରିପୋର୍ଟ କାର୍ଡ / କୋଲକାତା

ଆସନ୍ତା କାଲି ଅର୍ଥାତ ମେ ୫ ତାରିଖରେ ତୃତୀୟ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମମତା ବାନାର୍ଜୀ । ଏହା ପୂର୍ବରୁ ଆଜି ଟିଏମସି ବୈଠକରେ ସର୍ବସମ୍ମତିକ୍ରମେ ମମତା ବାନାର୍ଜୀଙ୍କୁ ବିଧାୟକ ଦଳ ନେତା ବଛାଯାଇଛି। ଶପଥ ଗ୍ରହଣ ସମାରୋହ ବିଷୟରେ ମମତା ବାନାର୍ଜୀ କହିଛନ୍ତି ଯେ, ଆମେ ଏକ ସରଳ ଶପଥ ଗ୍ରହଣ କାର୍ଯ୍ୟକ୍ରମ କରିବୁ। ସେ କହିଛନ୍ତି ଯେ, ଦେଶ କରୋନା ଯୁଦ୍ଧରେ ଜିତିବା ପର୍ଯ୍ୟନ୍ତ ଆମେ କୌଣସି ପ୍ରକାରର ଶୋଭାଯାତ୍ରା କରିବୁ ନାହିଁ। ମୋଟ ୨୧୧ଟି ଆସନ ଜିତି ପୂର୍ଣ୍ଣ ବହୁମତ ପାଇବା ପରେ ଦିଦି ପୁଣିଥରେ ମୁଖ୍ୟମନ୍ତ୍ରୀ ହେବାନେଇ ସ୍ପଷ୍ଟ ଅନୁମାନ କରାଯାଉଥିଲା । ଦଳର ବରିଷ୍ଠ ନେତା ଏବଂ ନବ ନିର୍ବାଚିତ ବିଧାୟକଙ୍କମାନଙ୍କ ସର୍ବସମ୍ମତି କ୍ରମେ ମମତା ବାନାର୍ଜୀଙ୍କୁ ବିଧାୟକ ଦଳ ନେତା ଘୋଷିତ କରାଯାଇଛି ।

 

Breaking News