ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨୦୨୪ ନିର୍ବାଚନକୁ ନେଇ ରାଜନୀତି ସରଗରମରହିଛି । ବିରୋଧୀ ମାନେ ବିଜେପି ବିରୋଧରେ ଏକଜୁଟ୍ ହେଉଛନ୍ତି । ଏହି ପରିପ୍ରେକ୍ଷିରେ ସମାଜବାଦୀ ପାର୍ଟୀ ଅଧ୍ୟକ୍ଷ ତଥା ଉତ୍ତର ପ୍ରଦେଶ ପୁର୍ବତ୍ତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଶୁକ୍ରବାର କୋଲକାତାରେ ତୃଣମୁଳ କଂଗ୍ରେସ ମୁଖିଆ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ପଶ୍ଚିମବଙ୍ଗରେ ପାର୍ଟିର କାର୍ଯ୍ୟକାରିଣୀ ବୈଠକରେ ସାମିଲ ହେବାକୁ ଅଖିଳେଶ କୋଲକାତା ଆସିଛନ୍ତି। ମମତାଙ୍କ ସହିତ ତାଙ୍କର ଏହି ବୈଠକକୁ ବେଶ୍ ଗୁରୁତ୍ୱପୁର୍ଣ୍ଣ କୁହାଯାଉଛି। କାରଣ ମାର୍ଚ୍ଚ ୨୧ରେ ମମତା ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ୨୧ ମାର୍ଚ୍ଚରେ ମମତା ବାନାର୍ଜୀ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତରେ ସେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଏବଂ ଏହି ସମୟରେ ସେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟି ପାରନ୍ତି।






More Stories
୧୦ ପର୍ଯ୍ୟନ୍ତ କାଳବୈଶାଖୀ…..
୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ…..
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….