ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେପି ପ୍ରାର୍ଥୀ ମମତା ମହାନ୍ତ ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଗତ ୨୧ ତାରିଖ ଦିନ ମମତା ମହାନ୍ତ ବିଜେପିରୁ ପ୍ରାର୍ଥୀ ହୋଇଥିଲେ। ବିଧାନସଭାରେ ପହଞ୍ଚି ସାର୍ଟିଫିକେଟ ନେଇଛନ୍ତି ମମତା ମହାନ୍ତ। ନିକଟରେ ସେ ବିଜେଡି ଦଳରୁ ଓ ରାଜ୍ୟସଭା ପଦରୁ ଇସ୍ତଫା ଦେବା ସହ ବିଜେପି ଦଳରେ ସାମିଲ ହୋଇଥିଲେ। ବିଜେଡିରେ ତାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ କରି ଦଳ ଛାଡିଥିଲେ ଟାଣୁଆ ନେତ୍ରୀ ମମତା। ଏହାପରେ ବିଜେପିରେ ସାମିଲ ହେବା ସହ ରାଜ୍ୟସଭା ପ୍ରାର୍ଥୀ ହୋଇଥିଲେ।






More Stories
ପାହାଡପୁରରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ବାଗତ…..
ବଦଳିବ ଜିଲ୍ଲାର ଇଂରାଜୀ ନାମ…..
ବାରମ୍ବାର ଦେଇପାରିବେନି ଆଇଏଏସ୍,ଆଇପିଏସ୍ ପରୀକ୍ଷା……