ରିପୋର୍ଟ କାର୍ଡ / ଭୁବନେଶ୍ଵର
ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ପୁଅ ମନୀଷ ଅନୁରାଗ ଦାସଙ୍କ ମୃତ୍ୟୁ ମାମଲାର ଦୁଇ ସନ୍ଦିଗ୍ଧ ଫୁଲବାଣୀ ଟାଉନ୍ ଥାନାରେ ଆତ୍ମସମର୍ପଣ କରିଛନ୍ତି । ଦୁଇ ସନ୍ଦିଗ୍ଧ ହେଲେ ଲିଟୁ ଓରଫ ଦୀନେଶ ମହାପାତ୍ର ଓ ମୁନା ଓରଫ ମୃତ୍ୟୁଞ୍ଜୟ । ମୃତ୍ୟୁ ପୂର୍ବରୁ ଏହି ଦୁଇ ଜଣ ମନୀଷଙ୍କ ସହ ହୋଟେଲରେ ଥିଲେ । ସନ୍ଦେହରେ ପୋଲିସ ଉଭୟ ଲିଟୁ ଓ ମୁନ୍ନାଙ୍କୁ ଖୋଜୁଥିଲା । ଉଭୟଙ୍କୁ ଭୁବନେଶ୍ବର ଆଣି ପୋଲିସ ଅଧିକ ପଚରାଉଚରା କରିବ । ଲିଟୁ ଓ ମୁନ୍ନାଙ୍କୁ ଘଟଣା ଦିନ ଫେରାର କରିବା ଅଭିଯୋଗରେ ହିମାଂଶୁ ନାମକ ଜଣେ ଯୁବକ ଅଟକ ଅଛନ୍ତି । ମୋଟ୍ ୪ ଜଣଙ୍କୁ ଅଟକ ରଖି ପୋଲିସ ମନୀଷ ମୃତ୍ୟୁ ମିଷ୍ଟ୍ରି ଖୋଜିବାରେ ଲାଗିଛି । ମଙ୍ଗଳବାର ମନୀଷ ଅନୁରାଗ ମୃତ୍ୟୁ ମାମଲାର ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟ ଆସିଥିଲା । ପ୍ରାଥମିକ ପୋଷ୍ଟମର୍ଟମ ରିପୋର୍ଟରେ ଶ୍ବାସରୁଦ୍ଧ ଯୋଗୁଁ ତାଙ୍କର ମୃତ୍ୟୁ ଘଟିଥିବା ଦର୍ଶାଯାଇଥିଲା । ତେବେ ମନୀଷଙ୍କୁ ଅପହରଣ କରାଯାଇଥିବା ନେଇ ପୋଲିସ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରମାଣ ପାଇନାହିଁ । ଏହା ଏକ ହତ୍ୟାକାଣ୍ଡ କିମ୍ବା ଏହା ପଛରେ ଆଉ କଣ କାରଣ ରହିଛି ତାହା ଫାଇନାଲ ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ହିଁ ଜଣାପଡିବ । ଘଟଣାରେ ୩ଟି ଦିଗକୁ ନେଇ ପୋଲିସ ତଦନ୍ତ କରୁଛି । ପୋଷ୍ଟମର୍ଟମ ପ୍ରାଥମିକ ରିପୋର୍ଟରୁ ଶ୍ବାସରୁଦ୍ଧ ଯୋଗୁଁ ମୃତ୍ୟୁ ଘଟିଥିବା ଡାକ୍ତର କହିଥିଲେ ।
More Stories
ଗରିବଙ୍କ କୁଡ଼ିଆରେ ଫଟୋ ଉଠାଇ ଆନନ୍ଦ ପାଆନ୍ତି,ଗରିବଙ୍କ ଉପରେ ଭାଷଣ ବୋରିଂ……
ଆସନ୍ତାକାଲି ଦିଲ୍ଲୀ ନିର୍ବାଚନ,ହନୁମାନ ଙ୍କୁ ପୂଜାର୍ଚ୍ଚନା କଲେ କେଜ୍ରିୱାଲ୍……
ଭିଜିଲାନ୍ସ ଜାଲରେ ଏଏସଆଇ……