ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଦିଲ୍ଲୀ ମଦ ଦୁର୍ନୀତିରେ ଉଭୟ ସିବିଆଇ ଏବଂ ଇଡି ମାମଲାରେ ହାଇକୋର୍ଟଙ୍କ ଜାମିନ ନାମଞ୍ଜୁର ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ସିସୋଦିଆ। ପୂର୍ବରୁ ସେ ସେସନ୍ସ କୋର୍ଟ ଏବଂ ଦିଲ୍ଲୀ ହାଇକୋର୍ଟରେ ଜାମିନ ଆବେଦନ କରିଛନ୍ତି। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କୁ ଜାମିନ ମିଳିନାହିଁ। ଅପରପକ୍ଷେ, ମନୀଷ ସିସୋଦିଆ ଗୁରୁବାର ରାଉସ୍ ଆଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଯେଉଁଠାରେ କୋର୍ଟ ମନୀଷଙ୍କ ହେପାଜତ ଅବଧିକୁ ଜୁଲାଇ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।






More Stories
୨୦ରୁ ସଂସଦର ମୌସୁମୀ ଅଧିବେଶନ…..
ରାମ ମନ୍ଦିରରୁ ଚୋରି ଘଟଣା ଦୁଃଖଦାୟକ…..
ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ…..