ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶିଷ୍ଟ ସାହିତ୍ୟିକ, ଔପନାସିକ, ସମ୍ଭକାର ତଥା ପଦ୍ମ ବିଭୂଷଣ ମନୋଜ ଦାସଙ୍କ ପରଲୋକ ଘଟିଛି । ଓଡିଆ ସାହିତ୍ୟର ମଉଡମଣୀ କୁହାଯାଉଥିବା ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସ ୮୭ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଏନେଇ ତାଙ୍କ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି। ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପାଇଁ ତାଙ୍କର ଥିଲା ଅତୁଳନୀୟ ଅବଦାନ। ଅନେକ କାଳଜୟୀ ଓଡ଼ିଆ ଉପନ୍ୟାସ ରଚନା କରିଛନ୍ତି ମନୋଜ ଦାସ। ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଆବୁ ପୁରୁଷ, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସ ଆଦିର ଲେଖକ ହେଉଛନ୍ତି ମନୋଜ ଦାସ। ଏହି ପୁସ୍ତକ ଗୁଡ଼ିକ ଖୁବ୍ ଲୋକପ୍ରିୟ। ୨୦୦୧ରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାର ଦିଆଯାଇଥିବା ବେଳେ ୨୦୨୦ରେ ସେ ପଦ୍ମଭୂଷଣରେ ସମ୍ମାନିତ ହୋଇଥିଲେ। ୧୯୩୪ ମସିହା ଫେବୃଆରୀ ୨୭ ତାରିଖରେ ବାଲେଶ୍ବର ଜିଲ୍ଲା ଶଙ୍ଖାରୀ ଗାଁରେ ଜନ୍ମ ଗ୍ରହଣ କରିଥିଲେ ମନୋଜ । ମନୋଜ ଦାସ ଏକାଧାରାରେ ଜଣେ ସାହିତ୍ୟିତ, ସମ୍ପାଦକ ଏବଂ ସ୍ତମ୍ଭକାର । ଓଡିଆ ସାହିତ୍ୟ ତଥା ଭାରତ ସାହିତ୍ୟ ପ୍ରତି ତାଙ୍କର ଅବଦାନ ଅବିସ୍ମରଣୀୟ । ସାହିତ୍ୟ ପ୍ରତି ଏକାଗ୍ରତା, ଭଲପାଇବା ଏବଂ ଅବଦାନ ପାଇଁ ୨୦୦୧ ମସିହାରେ ପଦ୍ମଶ୍ରୀ ଏବଂ ୨୦୨୦ ମସିହାରେ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନୀତ ହୋଇଛନ୍ତି । ଏହା ବାଦ ସାହିତ୍ୟ ଏକାଡେମୀ ଏବଂ ସରସ୍ବତୀ ସମ୍ମାନରେ ସମ୍ମାନୀତ ହୋଇସାରିଛନ୍ତି । ଅନେକ କାଳଜୟୀ ଉପନ୍ୟାସର ସ୍ରଷ୍ଟା ହେଉଛନ୍ତି ସାହିତ୍ୟିକ ମନୋଜ ଦାସ । ତାଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗ ପ୍ରତି ସେ ସମବେଦନା ଜଣାଇଛନ୍ତି।
More Stories
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….
କେଜ୍ରିୱାଲ୍ଙ୍କ ବିରୋଧରେ ମାମଲା ଚଳାଇବାକୁ ଇଡିକୁ ଅନୁମତି ଦେଲେ ଉପ ରାଜ୍ୟପାଳ….