ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଶନିବାର ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି। ଶ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରୁଥିଲେ। ଇଣ୍ଟର କ୍ୟାଡର ଡେପୁଟେଶନରେ ଆସିଛନ୍ତି ମନୋଜ। ୨୦୦୬ ବ୍ୟାଚ୍ର ଆଇଏଏସ୍ ମନୋଜ ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ ଏବଂ କେନ୍ଦ୍ରଶାସିତ ଅଞ୍ଚଳର କ୍ୟାଡର୍ ଅଧିକାରୀ। ମନୋଜ ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକର ସିଙ୍ଗାରପୁର ଗ୍ରାମର ବାସିନ୍ଦା।






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..