ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ବିଜେଡି ନେତା ତଥା ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ହୃଦ୍ଘାତର ଶିକାର ହେବା ପରେ ଶୁକ୍ରବାର ରାତିରେ ତାଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ, ଶୁକ୍ରବାର ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଯାଞ୍ଚ ପରେ ତାଙ୍କ ହାର୍ଟରେ ୨ଟି ବ୍ଲକେଜ୍ ହୋଇଥିବା ଜଣାପଡ଼ିଛି। ପରେ ଡାକ୍ତରମାନେ ଅସ୍ତ୍ରୋପଚାର କରାଇଥିଲେ। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ପ୍ରକାଶ।
More Stories
ଭିଜିଲାନ୍ସ ଜାଲରେ ଏଏସଆଇ……
ମାସକୁ ଅଢେଇ ଲକ୍ଷ ପାଇବେ ବିଧାୟକ!…..
ଭତ୍ତା ବଢାଇଲେ ମୋହନ ସରକାର…..