ରିପୋର୍ଟ କାର୍ଡ / ମାଲକାନଗିରି
ରେଳ ଧାରଣା ଉଡ଼ାଇଲେ ମାଓବାଦୀ | ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀ ପୁଣି ହିଂସା ଘଟାଇଛନ୍ତି। ଭାଁସି ଜଙ୍ଗଲରେ ରେଳ ଧାରଣାକୁ ଉଡ଼ାଇ ଦେଇଛନ୍ତି ମାଓବାଦୀ। ଲୁହାପଥର ବୋଝେଇ ମାଲବାହୀ ଟ୍ରେନର ୩ଟି ଇଞ୍ଜିନ ଏବଂ ୨ଟି ୱାଗନ କ୍ଷତିଗ୍ରସ୍ତ ହୋଇଥିବାର ସୂଚନା ମିଳିଛି । ଜଙ୍ଗଲ ମଧ୍ୟରେ ମାଲବାହୀ ଟ୍ରେନ ଆଗରେ ଲାଗିଛି ମାଓବାଦୀଙ୍କ ବ୍ୟାନର। ଏହାର ପ୍ରଭାବରେ ବଚେଲିରୁ ବିଶାଖାପାଟଣା ମାଲବାହୀ ଟ୍ରେନ ଯିବାବେଳେ ମାଓବାଦୀ ଘଟାଇଛନ୍ତି ଏଭଳି କାଣ୍ଡ। ଏହି ରୁଟରେ ସମସ୍ତ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ମହାରାଷ୍ଟ୍ରରେ ୨୬ ଜଣ ମାଓବାଦୀଙ୍କୁ ଏନକାଉଣ୍ଟର ଘଟଣାକୁ ନେଇ ମାଓବାଦୀ ସଂଗଠନ ଏହି ସମୟରେ ଭାରତ ବନ୍ଦ ଡାକରା ଦେଇଛନ୍ତି। ଭୈରମଗଡ଼ ମାଓ ସଙ୍ଗଠନ ଏହି ଘଟଣା ପାଇଁ ନିଜକୁ ଦାୟୀ କରିଛନ୍ତି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..