ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମାଟ୍ରିକ ପରୀକ୍ଷାର ଶେଷଦିନ। ଛାତ୍ରଛାତ୍ରୀ ଗଣିତ ପରୀକ୍ଷା ଦେଉଛନ୍ତି | ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା ପର୍ଯ୍ୟନ୍ତ ଚାଲିବ। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ ଓ ଜୋମେଟ୍ରିବକ୍ସ ନେବାର ଅନୁମତି ରହିଛି। ମାର୍ଚ୍ଚ ୧୦ ତାରିଖରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା। ଚଳିତବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲିଫ କରିଥିଲେ। ମୋଟ ୩ ହଜାର ୨୧୮ ପରୀକ୍ଷା କେନ୍ଦ୍ର ହୋଇଥିଲା ବେଳେ ୩୧୬ଟି ନୋଡାଲ ସେଣ୍ଟର ବୋର୍ଡ ପକ୍ଷରୁ କରାଯାଇଥିଲା। ନକ୍ସଲ ପ୍ରଭାବିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା । ରାଜ୍ୟ ସରକାର ଓ ବୋର୍ଡ଼ ପକ୍ଷରୁ ବ୍ୟାପକ ସୁରକ୍ଷା ସ୍ୱତ୍ତେ ପରୀକ୍ଷା ସମୟରେ ବିଭିନ୍ନ ତ୍ରୁଟି ପରିଲକ୍ଷିତ ହୋଇଥିଲା।






More Stories
ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ…..
ବାଛୁରୀ ପାଟିରେ ଫୁଟିଛି ବାରୁଦ…..
ବଜେଟ ଅଧିବେଶନର ଦ୍ୱିତୀୟ ଦିନ: ଉଠିବ ଚାଷୀ ପ୍ରସଙ୍ଗ…..