ରିପୋର୍ଟ କାର୍ଡ / କଟକ
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୫ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଫର୍ମପୂରଣ କରିପାରିବେ। ଗତ ନଭେମ୍ବର ୩ରୁ ଫର୍ମପୂରଣ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସୋମବାର ଶେଷ ହୋଇଥିଲା। ମାତ୍ର ବହୁ ଛାତ୍ରଛାତ୍ରୀ ଫର୍ମପୂରଣ କରିନଥିବାରୁ ଅବଧି ବୃଦ୍ଧି ପାଇଁ ବୋର୍ଡ ପକ୍ଷରୁ ନିଷ୍ପତ୍ତି ହୋଇଛି। ଆସନ୍ତା ଫେବୃଆରୀ ୨୧ରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରତ୍ୟେକ ଦିନ ପୂର୍ବାହ୍ଣ ୯ଟାରୁ ୧୧.୩୦ ମିନିଟ ପର୍ଯ୍ୟନ୍ତ ଗୋଟିଏ ସିଟିଂରେ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ପ୍ରଥମ ଦିନ ଅର୍ଥାତ ଫେବୃଆରୀ ୨୧ରେ ମାତୃଭାଷା ବିଷୟରେ ପରୀକ୍ଷା କରାଯିବ। ସେହିଭଳି ୨୪ରେ ଇଂରାଜୀ, ୨୭ରେ ଗଣିତ, ମାର୍ଚ୍ଚ ୧ରେ ବିଜ୍ଞାନ, ମାର୍ଚ୍ଚ ୩ରେ ସାମାଜିକ ବିଜ୍ଞାନ ଏବଂ ମାର୍ଚ୍ଚ ୬ରେ ତୃତୀୟ ଭାଷା ବିଷୟରେ ପରୀକ୍ଷା କରାଯିବ।






More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..