Report Card Odisha

| Daily Odia News

୧୮ରେ ମାଟ୍ରିକ ରେଜଲ୍ଟ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ଆଜି ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି କହିଛନ୍ତି | ସକାଳ ୧୦ଟାରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଦିନ ୧୨ଟା ସୁଦ୍ଧା ସମସ୍ତେ ମାଟ୍ରିକ୍ ପରୀକ୍ଷା ଫଳ ଜାଣିପାରିବେ। ପିଲାମାନେ ମୋବାଇଲରେ ଏସଏମଏସ କରି ମଧ୍ୟ ଜାଣିପାରିବେ। ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ। ୱେବସାଇଟରୁ ବି ଫଳ ଜାଣିପାରିବେ ଛାତ୍ରଛାତ୍ରୀ। www.bseodisha.ac.in ବୋର୍ଡ ୱେବସାଇଟରେ ଛାତ୍ରଛାତ୍ରୀ ରେଜଲ୍ଟ ଦେଖିପାରିବେ । ଏହାସହିତ ନିଜର ମୋବାଇଲରୁ OR10 ଏବଂ ନିଜର ରୋଲ ନମ୍ବରକୁ ଟାଇପ କରି 5676750କୁ ପଠାଇଲେ ପରୀକ୍ଷା ଫଳ ଜାଣିହେବ। ଏଥର ୫ ଲକ୍ଷ ୧୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥର ପରୀକ୍ଷାଫଳକୁ ତ୍ରୁଟିଶୂନ୍ୟ କରିବା ଲାଗି ପ୍ରୟାସ କରାଯାଇଛି।

Breaking News