ରିପୋର୍ଟ କାର୍ଡ / କଟକ
ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍ , ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାଫଳ ଆଜି ଦିନ ୧୦ଟାରେ ପ୍ରକାଶ ପାଇବ। କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ୱେବ୍ସାଇଟ୍ ଓ ଏସ୍ଏମ୍ଏସ୍ ଜରିଆରେ ପରୀକ୍ଷାଫଳ ଉପଲବ୍ଧ ହୋଇଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରଛାତ୍ରୀ ନିଜ ମୋବାଇଲରୁ ପରୀକ୍ଷାଫଳ ଜାଣିବାକୁ ହେଲେ OR10 ନିଜର ରୋଲ୍ ନମ୍ବର ଲେଖି 5676750 ନମ୍ବରକୁ ଏସ୍ଏମ୍ଏସ୍ କଲେ ପରୀକ୍ଷାଫଳ ଜାଣିପାରିବେ। ଏହା ବ୍ୟତୀତ ବୋର୍ଡର ୱେବ୍ସାଇଟ୍ www.bseodisha.ac.in ରେ ମଧ୍ୟ ପରୀକ୍ଷାଫଳ ଉପଲବ୍ଧ ହେବ ବୋଲି ଡକ୍ଟର ମହାନ୍ତି ସୂଚନା ଦେଇଛନ୍ତି।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..