ରିପୋର୍ଟ କାର୍ଡ / କଟକ
ଆସନ୍ତାବର୍ଷ ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ହେବ ମାଟ୍ରିକ ପରୀକ୍ଷା। ସେଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପ୍ରକାଶ କରିଛି ପରୀକ୍ଷା ସୂଚୀ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ୨୦ରେ ସାହିତ୍ୟ ପରୀକ୍ଷା ଥିବା ବେଳେ ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ ଓ ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ମୋଟ ୨୯୯୧ଟି କେନ୍ଦ୍ରରେ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ପିଲା। ମାର୍ଚ୍ଚ ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହେବ ବୋଲି ବୋର୍ଡ ସଭାପତି ସୂଚନା ଦେଇଛନ୍ତି।





More Stories
ବଦଳିବ ମିଶନ ଶକ୍ତି ଡ୍ରେସ୍ କୋଡ୍,ମିଳିବ ସ୍ମାର୍ଟ ଫୋନ୍…..
ଆସନ୍ତାକାଲି ସ୍କୁଲ୍ ଛୁଟି…..
ଜମ୍ମୁ କାଶ୍ମୀରରେ ଭୂକମ୍ପ…..