ରିପୋର୍ଟ କାର୍ଡ / ଭୁବନେଶ୍ବର
ଏଆଇ ଓ ସିସି ଟିଭି ସର୍ଭେଲାନ୍ସରେ ମାଟ୍ରିକ୍ ପରୀକ୍ଷା ତ୍ରୁଟି ଧରାପଡିଛି। ଏ ନେଇ ବିଏସଇ କମାଣ୍ଡ କଣ୍ଟେ୍ରାଲ୍ ରୁମ୍ ସୂଚନା ଜାରି କରିଛି। ଭଦ୍ରକ ଏବଂ ଯାଜପୁର ଜିଲ୍ଲାର ଦୁଇଟି ଲେଖାଏଁ ସ୍କୁଲରେ ତ୍ରୁଟି ଧରାପଡିଛି। କେନ୍ଦୁଝର, ନବରଙ୍ଗପୁର ଓ ଗଜପତିର ଗୋଟିଏ ଲେଖାଏଁ ସ୍କୁଲରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭଦ୍ରକ ଜିଲ୍ଲାରେ ଧାର୍ଯ୍ୟ ସମୟ ପୂର୍ବରୁ ପ୍ରଶ୍ନପତ୍ର ଖୋଲାଯାଇଥିବା ଜଣାପଡିଛି। ଯାଜପୁରରେ ପ୍ରଧାନ ଶିକ୍ଷକଙ୍କ ଚାମ୍ବରରେ ପ୍ରଶ୍ନପତ୍ର ଆଗୁଆ ଖୋଲାଯାଇଛି। ଆଉ କେତେକ ସ୍ଥାନରେ ପରୀକ୍ଷାର୍ଥୀ କପି କରିବାର ପ୍ରମାଣ ମଧ୍ୟ ମିଳିଛି। ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟ ଓ ଇନଭିଜିଲେଟରଙ୍କୁ ଏ ନେଇ ବୋର୍ଡ ପକ୍ଷରୁ ଚେତାବନୀ ଦିଆଯାଇଥିବା ଜଣାପଡିଛି |






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..