ରିପୋର୍ଟ କାର୍ଡ / ଭୁବନେଶ୍ବର
ମେ’ ମାସର ତୃତୀୟ ସପ୍ତାହରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ । ଏହାପରେ ମେ’ ଶେଷ ସପ୍ତାହରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି ଆଶା କରାଯାଉଛି । ତେବେ ଏ ନେଇ ତାରିଖ ଘୋଷଣା ହୋଇ ନଥିବା ବେଳେ ଖୁବଶୀଘ୍ର ଘୋଷଣା କରାଯିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶି୪ା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ମେ’ ତୃତୀୟ ସପ୍ତାହରେ ମାଟ୍ରିକ ପରୀକ୍ଷାର ଫଳାଫଳ ଘୋଷଣା ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି । ଏହାପରେ ମେ’ ଶେଷ ସୁଦ୍ଧା +୨ ବିଜ୍ଞାନ ଏବଂ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ବାହାରିବାର ସମ୍ଭାବନା ରହିଛି ବୋଲି ସେ ସୂଚନା ଦେଇଛନ୍ତି । ତେବେ ଏହାର ସ୍ପଷ୍ଟ ତାରିଖ ଖୁବଶୀଘ୍ର ସାମନାକୁ ଆସିବ ବୋଲି କହିଛନ୍ତି ମନ୍ତ୍ରୀ ସମୀର ଦାଶ ।






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..