ରିପୋର୍ଟ କାର୍ଡ /ଭୁବନେଶ୍ୱର
ଆଜି ପ୍ରକାଶିତ ହୋଇଛି ମାଟ୍ରିକ ପରୀକ୍ଷା ଫଳ | ଚଳିତବର୍ଷ ସମୁଦାୟ ୫ ଲକ୍ଷ ୨୬ ହଜାର ୮୧୮ ପିଲା ପରୀକ୍ଷା ଦେଇଥିଲେ | ଏମାନଙ୍କ ମଧ୍ୟରୁ ୯୦.୫୫ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି | ରାଜ୍ୟର ସମୁଦାୟ ୮ ହଜାର ୯୨୫ଟି ବିଦ୍ୟାଳୟର ପିଲା ପରୀକ୍ଷା ଦେଇଥିବା ବେଳେ ତିନିଟି ବିଦ୍ୟାଳୟର ରେଜଲ୍ଟ ଶୂନ୍ୟ ରହିଛି | ଅର୍ଥାତ ଏହି ତିନିଟି ବିଦ୍ୟାଳୟର କେହି ବି ପିଲା ପାସ କରିନାହାନ୍ତି | ମାଲକାନଗିରି ଓ ଅନୁଗୁଳ ଜିଲ୍ଲାରେ ଏହି ତିନିଟି ସ୍କୁଲ ଥିବା ବେଳେ ୧୧୭୦ଟି ସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି | ତେବେ ପାସ୍ କରିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଛାତ୍ରଙ୍କର ପାସ ହାର ୮୮.୭୭ ପ୍ରତିଶତ ଥିବାବେଳେ ଛାତ୍ରୀଙ୍କର ପାସ ହାର ୯୨.୩୭ ପ୍ରତିଶତ ରହିଛି | ଫଳରେ ପାସହାରରେ ଛାତ୍ରମାନଙ୍କୁ ପଛରେ ପକାଇଛନ୍ତି ଛାତ୍ରୀ। ଏଥର ପରୀକ୍ଷାରେ ୫ ଲକ୍ଷ ୧୭ ହଜାର ୮୪୭ ପିଲା ପାସ କରିଥିବା ବେଳେ ୮ ହଜାର ୬୯୯ ଜଣ ଫେଲ ହୋଇଛନ୍ତି | ସେମଧ୍ୟରୁ ୨ ଲକ୍ଷ ୫୬ ହଜାର ୮୭୭ ଜଣ ଛାତ୍ର, ୨ ଲକ୍ଷ ୬୦ ହଜାର ୯୭୦ ଜଣ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି | ଏ-୧ ଗ୍ରେଡରେ ୮୧୧୯ ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବାବେଳେ, ଏ-୨ରେ ୫୪ ହଜାର ୮୮୯ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି | ସେହିପରି ମାଟ୍ରିକ ପରୀକ୍ଷା ଫଳାଫଳକୁ ନେଇ ମନରେ ଅସନ୍ତୋଷ ଥିଲେ ଆସନ୍ତା ଜୁଲାଇ ୧୧ ତାରିଖରୁ ୨୫ ତାରିଖ ପର୍ଯ୍ୟନ୍ତ ରି-ଚେକିଂ ପାଇଁ ଅନଲାଇନରେ ଆବେଦନ କରିପାରିବେ | କଟକସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ମୁଖ୍ୟ କାର୍ଯ୍ୟାଳୟଠାରେ ଆଜି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, ଗଣଶିକ୍ଷା ବିଭାଗ ପ୍ରମୁଖ ଶାସନ ସଚିବ ଵିଷ୍ଣୁପଦ ସେଠୀ, ବୋର୍ଡ ସଭାପତି ରାମାସିସ ହାଜରା, ବୋର୍ଡ ସମ୍ପାଦକ ଶ୍ରୀକାନ୍ତ ତରାଇ, ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ମାଟ୍ରିକ, ମଧ୍ୟମା ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପୁସ୍ତିକାକୁ ଲୋକାର୍ପଣ କରିଛନ୍ତି।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….