ରିପୋର୍ଟକାର୍ଡ / କଟକ
ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। ଶୁକ୍ରବାର କଟକସ୍ଥିତ ବିଏସ୍ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତବର୍ଷ ପାସ୍ ହାର ରହିଛି ୯୪.୯୩%। ଚଳିତବର୍ଷ ୫ ଲକ୍ଷ ୨ ହଜାର ୪୧୭ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୪ ଲକ୍ଷ ୮୪ ହଜାର ୮୬୩ ଜଣ ପିଲା ପାସ୍ କରିଛନ୍ତି। ୧୭ ହଜାର ୩୮୪ ଜଣ ଛାତ୍ରୀଛାତ୍ର ଫେଲ୍ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୪୦ ହଜାର ୨୫୧ ଛାତ୍ର କୃତକାର୍ଯ୍ୟ ହୋଇଥିବା ବେଳେ ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ସବୁଥର ପରି ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି।






More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……