ରିପୋର୍ଟ କାର୍ଡ / ବାରିପଦା
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦା ସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଭାଷଣ ଦେବା ବେଳେ ୯ ମିନିଟ୍ ପାଇଁ ସବୁ ଲାଇଟ୍ କଟି ଯିବା ଘଟଣାରେ ଆସନ୍ତା ୧୯ ତାରିଖରେ ହରତାଳ ଡାକରା ଦେଇଛି ମୟୂରଭଞ୍ଜ ଜିଲ୍ଲା ବିଜେପି। ଜିଲ୍ଲା ପ୍ରଶାସନର ଅବହେଳା ପାଇଁ ମୟୂରଭଞ୍ଜର ସମ୍ମାନ ହାନି ହୋଇଛି ବୋଲି ସୋରେନ ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଯେଉଁଭଳି ଭାବେ ରାଷ୍ଟ୍ରପତି ଦୀର୍ଘ ୯ ମିନିଟ କାଳ ଅନ୍ଧାରରେ ରହିଲେ, ଏହା ଏକ ଦୁଃଖ ଦାୟକ ଘଟଣା। ଏନେଇ ଜିଲ୍ଲାପାଳ,ଏସପି ଓ ବିଶ୍ୱବିଦ୍ୟାଳୟ କୁଳପତି ଦାୟୀ। ଏହି ଘଟଣାରେ ୭ ଦିନ ବିତି ଯାଇଥିଲେ ସୁଦ୍ଧା ଦୋଷୀଙ୍କ ବିରୋଧରେ କୌଣସି ଦୃଢକାର୍ଯ୍ୟାନୁଷ୍ଠାନ ନିଆଯାଇନଥିବାରୁ ୧୨ ଘଣ୍ଟିଆ ହରତାଳ ଡାକରା ଦେଇଛି ଜିଲ୍ଲା ବିଜେପି।






More Stories
ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ,ଗୃହମନ୍ତ୍ରୀ, ମୁଖ୍ୟମନ୍ତ୍ରୀ….
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..