ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ସମସ୍ତ ଜିଲ୍ଲାରେ ହେବ ମେଡିକାଲ କଲେଜ। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ ହୋଇ କାମ ଆରମ୍ଭ ହେବ । ରାଜ୍ୟରେ ମୋହନ ସରକାରକୁ ଆଜି ୧୦୦ ଦିନ ପୂରୁଥିବା ବେଳେ ଏପରି ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଏବେ ରାଜ୍ୟରେ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି। ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ ରହିଛି। ତାହା ମଧ୍ୟ ଖୁବଶୀଘ୍ର ଆରମ୍ଭ ହେବ। ଏହାବାଦ ଅନ୍ୟ ସବୁ ଜିଲ୍ଲାରେ ବି ଛିଡ଼ା ହେବ ମେଡିକାଲ କଲେଜ । ସ୍ୱାସ୍ଥ୍ୟ ବିଭାଗ ଏ ସମ୍ପର୍କୀତ ସମସ୍ତ ବ୍ୟବସ୍ଥାର ତଦାରଖ କରୁଛି। ମେଡିକାଲ କଲେଜ ନିର୍ମାଣ ସହ ଅଧ୍ୟାପକ ନିଯୁକ୍ତି ଉପରେ ବି ଗୁରୁତ୍ୱାରୋପ କରାଯାଉଛି। ଆମ ରାଜ୍ୟବାସୀ ଯେପରି ଉନ୍ନତମାନର ସ୍ୱାସ୍ଥ୍ୟସେବା ପାଇପାରିବେ ସେଥିପ୍ରତି ସରକାର ଯତ୍ନବାନ ଓ ସଚେତନ ଅଛନ୍ତି। ଏଥିସହ ଏଦିଗରେ କାମ ଆରମ୍ଭ ମଧ୍ୟ ହୋଇଯାଇଛି ବୋଲି କହିଛନ୍ତି ମନ୍ତ୍ରୀ। ଏଥିସହ ସେ କହିଛନ୍ତି, ୨୦୧୪ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ପରେ ଭାରତ ବର୍ଷରେ ସବୁ ଜିଲ୍ଲାରେ ମେଡିକାଲ କଲେଜ ହେବ ବୋଲି କହିଥିଲେ। ଏହା ପରଠୁ ଓଡ଼ିଶାରେ ଏବ ୧୧ଟି ମେଡିକାଲ କଲେଜ କାର୍ଯ୍ୟକ୍ଷମ ଅଛି। କେନ୍ଦ୍ର ଓ ରାଜ୍ୟର ସହଭାଗିତାରେ ଏହି କାମ ଚାଲୁଛି। ଆଗକୁ ଏହାକୁ ତ୍ୱରାନ୍ୱିତ କରାଯାଇ ସବୁ ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ସେ କହିଛନ୍ତି।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….