ରିପୋର୍ଟ କାର୍ଡ / ବଲାଙ୍ଗୀର
ବଲାଙ୍ଗୀର ସ୍ଥିତ ଭୀମଭୋଇ ମେଡିକାଲ କଲେଜ ହଷ୍ଟେଲ ଛାତରୁ ପଡ଼ି ଜଣେ ଡାକ୍ତରୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ଏମ୍ବିବିଏସ୍ ପ୍ରଥମ ବର୍ଷର ଛାତ୍ର ନିଶାନ୍ତ କୁମାର। ତାଙ୍କ ଘର ହରିଆଣାରେ ବୋଲି ଜଣା ପଡିଛି । ନିଶାନ୍ତ କଲେଜର ନ୍ୟୁ ବଏଜ ହଷ୍ଟେଲରେ ରହୁଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଆଜି ସେ ମଧ୍ୟାହ୍ଣ ଭୋଜନ କରିବା ପରେ ଛାତ ଉପରକୁ ଯାଇଥିଲେ। କିନ୍ତୁ ସେଠାରେ ସେ କେମିତି ଛାତରୁ ପଡ଼ିଗଲେ ତାହା ଜଣାପଡିନାହିଁ । ନିଶାନ୍ତଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ଭୀମଭୋଇ ମେଡିକାଲ୍ କଲେଜ ଓ ହସ୍ପିଟାଲକୁ ନିଆଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ।
More Stories
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….
ଅତିପ୍ରବଳ ବର୍ଷା ସମ୍ଭାବନା,୪ ଜିଲ୍ଲାକୁ ରେଡ୍ ଓ୍ବାର୍ନିଂ……
ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ……