ରିପୋର୍ଟ କାର୍ଡ / ଭୁବନେଶ୍ୱର
ନୂଆ ରୂପରେ ଆସିବ ମେଟ୍ରୋ। ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମୋହାପାତ୍ର । କହିଛନ୍ତି ପୁରୀ, ଭୁବନେଶ୍ୱର ଓ କଟକକୁ ନେଇ ମେଟ୍ରୋ ପରିକଳ୍ପନା କରିଛୁ। ଏଥିରେ ରାଜ୍ୟର ସବୁ ପ୍ରକାର ଇକୋନୋମିକ ଗ୍ରୋଥ ହେବ। ଆମେ ମେଟ୍ରୋ ବିରୋଧରେ ନାହୁଁ, ମେଟ୍ରୋ କରିବାକୁ ସରକାର ଚାହୁଁଛନ୍ତି। ମେଟ୍ରୋକୁ ଆମେ ବନ୍ଦ କରିନାହୁଁ, ସ୍ଥଗିତ ରଖିଛୁ। ମେଟ୍ରୋ ପାଇଁ ଯାହା ପ୍ରକ୍ରିୟା ଦରକାର, ଆମେ ଚାଲୁ ରଖିଛୁ। ବିକଳ୍ପ ରାସ୍ତା ନ କରି ମେଟ୍ରୋ କଲେ, ଲୋକେ ହନ୍ତସନ୍ତ ହେବେ। ମେଟ୍ରୋ ପାଇଁ ବିକଳ୍ପ ରାସ୍ତା ଓ କେନ୍ଦ୍ରର ସହାୟତା ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି।





More Stories
ଆଜିଠୁ କଟକ ବାଲିଯାତ୍ରା,ଉଦ୍ଘାଟନ କରିବେ ରାଷ୍ଟ୍ରପତି…..
ବିଦ୍ୟାଭାରତୀ ଚାକିରିରୁ ନିଲମ୍ବିତ…..
ଚାଷ ଜମି ବୁଲିଲେ, ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ…..