ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ବର୍ଷ ବାତିଲ ହେଲା ମାଟ୍ରିକ ପରୀକ୍ଷା | ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ଖବର ଅନୁଯାୟୀ, ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଚିନ୍ତାଜନକ ରହିଛି । ଯାହାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ପରିସ୍ଥିତିରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ ବୋଲି କହିଛନ୍ତି ମନ୍ତ୍ରୀ ସମୀର ଦାସ । ତେଣୁ ଚଳିତବର୍ଷ ପାଇଁ ମାଟ୍ରିକ ପରୀକ୍ଷାକୁ ବାତିଲ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର । ସୂଚନାଯୋଗ୍ୟ ଯେ, ରାଜ୍ୟରେ କରୋନା ସ୍ଥିତିକୁ ଦେଖି ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାକୁ ସ୍ଥଗିତ ରଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ମଙ୍ଗଳବାର ଦିନ ଅନେକ ଛାତ୍ରଛାତ୍ରୀ ରାସ୍ତାରେ ବସି ଧାରଣା ଦେଇଥିଲେ । ମାଟ୍ରିକ ପରୀକ୍ଷା ବାତିଲ ନେଇ ଛାତ୍ରଛାତ୍ରୀମାନେ ଧାରଣା ଦେଇଥିଲେ । ପରୀକ୍ଷା ପ୍ରସଙ୍ଗରେ ନିଷ୍ପତ୍ତି ନେବା ପାଇଁ ୨ ଦିନ ସମୟ ମାଗିଥିଲେ ସରକାର । କିନ୍ତୁ ଏବେ ପରୀକ୍ଷା ବାତିଲ ନେଇ ଘୋଷଣା କରିଛନ୍ତି ଖୋଦ୍ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜାନ ଦାସ ।
More Stories
ରାଜ୍ୟରେ ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ…..
ଆସନ୍ତାକାଲି ଆସିବ ମହାରାଷ୍ଟ୍ର-ଝାଡ଼ଖଣ୍ଡ ନିର୍ବାଚନ ଫଳ…..
ଆଦାନୀ ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗ….