ରିପୋର୍ଟ କାର୍ଡ / ଭୁବନେଶ୍ୱର
କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା ଓ ଅନୁଗୁଳ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରି କହିଥିଲେ ଯେ ଖୁବ କମ୍ ସମୟ ମଧ୍ୟରେ ଜାତୀୟ ପତାକା ପ୍ରସ୍ତୁତ କରିବା ଏକ ଗୁରୁ ଦାୟିତ୍ବ ହୋଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ଉପରେ ଭରସା ରଖି ଏ ଦାୟିତ୍ବ ଦେଇଥିଲେ ଏବଂ ଆପଣମାନେ ମଧ୍ୟ ଏହାକୁ ସଫଳତାର ସହ ନିର୍ବାହ କରି ମୁଖ୍ୟମନ୍ତ୍ରୀଙ୍କ ଭରସାକୁ ସାକାର କରିପାରିଛନ୍ତି। ଏପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମହିଳାମାନଙ୍କ ବିକାଶ ଓ କଲ୍ୟାଣ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁ ସେମାନେ ଆଜି ବିଭିନ୍ନ କ୍ଷେତ୍ରରେ ସକ୍ଷମ ହୋଇପାରିଛନ୍ତି ବୋଲି ମତ ଦେଇଥିଲେ। ଏହି ଗୁରୁତ୍ବପୂର୍ଣ୍ଣ ଅବଦାନ ଯୋଗୁ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଅଛନ୍ତି ଓ ସବୁବେଳେ ରହିବେ ବୋଲି ସେମାନେ କହିଥିଲେ। ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ। ଏହାକୁ କମ ସମୟ ମଧ୍ୟରେ ମିଶନ ଶକ୍ତି ମା’ମାନେ କରି ଦେଖାଇ ଦେଇଥିଲେ |






More Stories
ଶପଥ ନେଲେ ତାରିକ ରହମାନ…..
ନାବାଳିକାକୁ ଦୁଷ୍କର୍ମ ଓ ପ୍ରସବ ଘଟଣା:ସିଲ୍ ହେବ ନର୍ସିଂହୋମ୍…..
ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ…..