ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି। ତାଙ୍କୁ ଆଜି ଭୁବନେଶ୍ୱରରୁ ହାଇଦ୍ରାବାଦକୁ ଏୟାର ଲିଫ୍ଟ କରାଯାଇଛି। ତାଙ୍କ ପୁଅ ଦେବପ୍ରିୟ ପାତ୍ର ଏନେଇ ସୂଚନା ଦେଇଛନ୍ତି। ଶ୍ରୀ ପାତ୍ରଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ହାଇଦ୍ରାବାଦ ପଠାଯାଇଛି। ସୂଚନାଯୋଗ୍ୟ, ୨୦୦୯ରୁ ଲଗାତାର ଭାବେ ଘସିପୁରାରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଥିବା ଶ୍ରୀ ପାତ୍ର ପୂର୍ବରୁ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।






More Stories
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..
ଆଜି ରାଷ୍ଟ୍ରପତିଙ୍କର ଓଡିଶା ଗସ୍ତର ଦ୍ଵିତୀୟ ଦିନ:ବିରଜା ମନ୍ଦିର ପରିଦର୍ଶନ…..
ଛାଡ଼ପତ୍ରପ୍ରାପ୍ତ ବିବାହିତ ଝିଅଙ୍କୁ ମିଳିବ…..